.jpeg)
ଚାଣକ୍ୟ ନୀତି: ଜଣେ ଯେତେବେଳେ କୌଣସି ବିପଦରେ ପଡେ ତେବେ ସେ ସେତେବେଳେ କଣ କରିବା ଉଚିତ। ଏପରିକି ବିପଦରୁ ରକ୍ଷା କରିବା ପାଇଁ କେଉଁ ପଦକ୍ଷେପ ନେବା ଉଚିତ। ଏ ନେଇ ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ କେତେକ ନିର୍ଦ୍ଧିଷ୍ଠ କଥା କହିଛନ୍ତି। ତାହା ହେଲା ବିପଦରୁ ରକ୍ଷା ପାଇବା ପାଇଁ ସମସ୍ତେ ଧନ ସଞ୍ଚୟ କରି ରଖିବା ଉଚିତ।
କୌଣସି ବିପଦ ଆସିଲେ ଆପଣ ରଖିଥିବା ଧନରେ ନିଜକୁ ଏବଂ ନିଜ ସ୍ତ୍ରୀ ପରିବାରଙ୍କୁ ରକ୍ଷା କରିପାରିବେ। ପତ୍ନୀ ଏବଂ ପରିବାର ସଦସ୍ୟଙ୍କୁ ବିପଦରୁ ରକ୍ଷା କରିବା ଜଣେ ବ୍ୟକ୍ତିଙ୍କର କର୍ତ୍ତବ୍ୟ। ସେଥିପାଇଁ ବିଜ୍ଞ ଲୋକମାନେ ଆଗରୁ କିଛି ଧନ ସଂଚୟ କରି ରଖିଥାନ୍ତି। ହେଲେ ଚାଣକ୍ୟ ଏହା ମଧ୍ୟ କହିଛନ୍ତି ଯେ, ଯଦି ଆବଶ୍ୟକ ପଡେ ତେବେ ନିଜକୁ ରକ୍ଷା କରିବା ପାଇଁ ପ୍ରଥମେ ସଂପତିକୁ ତ୍ୟାଗ କରିବା ଉଚିତ। ଯଦି ପରିସ୍ଥିତି ଜଟିଳ ହୁଏ ତେବେ ପତ୍ନୀଙ୍କୁ ମଧ୍ୟ ତ୍ୟାଗ କରିବାକୁ ପଛାଇବେ ନାହିଁ। ଯଦି କୌଣସି ରୋଜଗାର ପାଇଁ ଘରର ସଂପତି ଏବଂ ପତ୍ନୀଙ୍କଠାରୁ ଦୂରେଇ ରହିବାର ଆବଶ୍ୟକ ଥାଏ ତେବେ ତାହା କରିପାରନ୍ତି।
ଅନେକ ଧନ ଏବଂ ପତ୍ନୀ ମୋହରେ ପଡି କିଛି କରନ୍ତି ନାହିଁ। ହେଲେ ସେମାନେ ଭବିଷ୍ୟତରେ ନିଜକୁ ଜଣେ ଭଲ ମଣିଷ ଭାବେ ଗଢି ତୋଳି ପାରନ୍ତି ନାହିଁ। ଚାଣକ୍ୟ ଆହୁରି ମଧ୍ୟ କହିଛନ୍ତି ଧନ ସଂଞ୍ଚୟ ମଧ୍ୟ ଏକ କାଠିକର ବ୍ୟାପାର। କାରଣ ଲକ୍ଷ୍ମୀ ଚଳଚଞ୍ଚଳା। ତାହା ଯେମିତି ଆସେ ସେମିତ ଚାଲିଯାଏ। ସେଥିପାଇଁ ବୁଦ୍ଧିମାନ ଲୋକ ଧନକୁ ଠିକ ଭାବେ ସଞ୍ଚୟ କରି ରଖି ପାରିଥାଏ। ହେଲେ ସମସ୍ତେ ତାହା କରିପାରନ୍ତି ନାହିଁ
Follow Kumar Babul On
Stck Reader Kumar Babul's stories, at your fingertips as soon as they are published
ବିପଦ ସମୟରେ ନିଜକୁ ରକ୍ଷା କରିବା ପାଇଁ କଣ କରିବା ଉଚିତ୍: ଜାଣନ୍ତୁ ଚାଣକ୍ୟ ନୀତି
ଚାଣକ୍ୟ ନୀତି: ଜଣେ ଯେତେବେଳେ କୌଣସି ବିପଦରେ ପଡେ ତେବେ ସେ ସେତେବେଳେ କଣ କରିବା ଉଚିତ। ଏପରିକି ବିପଦରୁ ରକ୍ଷା କରିବା ପାଇଁ କେଉଁ ପଦକ୍ଷେପ ନେବା ଉଚିତ। ଏ ନେଇ ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ କେତେକ ନିର୍ଦ୍ଧିଷ୍ଠ କଥା କହିଛନ୍ତି। ତାହା ହେଲା ବିପଦରୁ ରକ୍ଷା ପାଇବା ପାଇଁ ସମସ୍ତେ ଧନ ସଞ୍ଚୟ କରି ରଖିବା ଉଚିତ।
Delightful Reading Experience
Experience stories by Kumar Babul in a whole new light
Good evening
Kumar Babul Me Liya
One Home for All Purchases
Pick up stories where you left off and discover new stories

Write a comment ...